ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ ଙ୍କ ଦେହାନ୍ତ

27

କଂଗ୍ରେସ ର ବରିଷ୍ଠ ନେତା ପୂର୍ବତନତ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ହୃଦଘାତରେ ପରଲୋକ I ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଶନିବାର ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ଏହାପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁର ଖବର ଶୁଣି ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।
ସେ କଂଗ୍ରେସରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ସେ ରାଜୀବ ଗାନ୍ଧୀଙ୍କ ଅନୁପ୍ରାଣରେ ଅନୁମୋଦିତ ହୋଇ ସେ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୯୨ ମସିହାରେ ବରପାଲି ଏନ୍ଏ‌ସିରେ ରିପୁନାଥ ଚେୟାରମ୍ୟାନ୍ ହୋଇଥିଲେ। ପରେ ୧୯୯୫ ମସିହାରେ ବିଧାନସଭା ନିର୍ବାଚନରେ ବିଜେପୁର ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ଓଡ଼ିଶାର ଯେତେବେଳେ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳ ଥିଲେ । ସେହି ସମୟରେ ସେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ।

Comments are closed, but trackbacks and pingbacks are open.