ମେଘନାଦ ପାଚେରୀ ଡେଇଁ ଶ୍ରୀମନ୍ଦିରକୁ ପଶିଲେ ୪ ଯୁବକ

129

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ବାହାରେ ଓ ଭିତରେ ଜଗିଥିଲେ ମାଳମାଳ ସୁରକ୍ଷାକର୍ମୀ । ସବୁ ସୁରକ୍ଷାକୁ ଭେଦ କରି ମେଘନାଦ ପାଚେରୀ ଉପରେ ଚଢି ଶ୍ରୀମନ୍ଦିର ଭିତରକୁ ଗଲେ ଚାରି ଜଣ ଯୁବକ । ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ଜଗିଥିବା ବେଳେ ନିଳାଦ୍ରୀ ବିଜେ ଦିନ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ଠାରେ ଗଦା ହୋଇଥିବା ଅଳିଆ ଗଦା ଉପରେ ଚଢି ମେଘନାଦ ପାଚେରୀ ଉପରେ ଚଢି ଏହି ଯୁବକମାନେ ଶ୍ରୀମନ୍ଦିର ଭିତରକୁ ଯାଇଥିଲେ । ତେବେ ଏହି ୪ ଜଣ ଯୁବକ କେଉଁ ଉଦ୍ଦେଶ୍ୟ ନେଇ ପାଚେରୀ ଚଢି ଭିତରକୁ ଗଲେ ଏବଂ ସୁରକ୍ଷାକର୍ମୀ ଏନେଇ ଅବଗତ ଥିଲେ ନା ସୁରକ୍ଷାରେ ଅବହେଳା ହୋଇଛି ତାହା ତଦନ୍ତ ସାପେକ୍ଷ । ପୂର୍ବରୁ ଶ୍ରୀମନ୍ଦିର ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ଥିବା ଗୁଇନ୍ଦା ବିଭାଗ ତରଫରୁ ସତର୍କ କରାଯାଇଥିବା ବେଳେ ଏ ଦୃଶ୍ୟ ଶ୍ରୀମନ୍ଦିରକୁ ବିପଦରେ ପକାଉଛି ଏଥିରେ ସନ୍ଦେହ ନାହିଁ । ସେପଟେ ସମସ୍ତ ସୁରକ୍ଷାକର୍ମୀ ତିନି ରଥର ସୁରକ୍ଷା ସହ ଭକ୍ତଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଶ୍ରୀମନ୍ଦିର ବାହାର ଓ ଭିତର ସୁରକ୍ଷା ବ୍ୟବସ୍ଥାର ଚରମ ଅବହେଳା ଏବେ ପଦାରେ ପଡିଛି ।

Comments are closed, but trackbacks and pingbacks are open.