୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

93

ଭୁବନେଶ୍ବର : ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର‌୍ୟାମ୍ପ ଓ ବ୍ୟାରିକେଡ୍‌ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି ।  ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମନ୍ତ୍ରୀ ।  ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ । ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ । ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ୬ ଥାକିଆ ଧାଡି ଦର୍ଶନ ମଧ୍ୟରେ ପ୍ରଥମ ଧାଡି ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ, ଦ୍ୱିତୀୟ ଧାଡିରେ ମହିଳା, ପରେ ଛୋଟପିଲା ଓ ବରିଷ୍ଠ ନାଗରିକ ମାନଙ୍କ ହୋଇଛି କାଷ୍ଠ ନିର୍ମିତ ରାମ୍ପ ଓ ବ୍ୟାରିକେଡ୍ । ତେବେ ସମସ୍ତ ଭକ୍ତମାନେ ସାତପାହାଚ ଦ୍ବାର ଦେଇ ପ୍ରବେଶ କରିବାକୁ ଥିବାବେଳେ ମହିଳା ଓ ବରିଷ୍ଠ ନାଗରିକ ମାନେ ଘଣ୍ଟିଦ୍ବାର ପ୍ରସ୍ଥାନ କରିବେ ଏବଂ ପୁରୁଷ ଭକ୍ତମାନେ ଗାରଦଦ୍ୱାର ଦେଇ ପ୍ରସ୍ଥାନ କରିବେ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ମକର ସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ଦିନ ଧରି ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ କରାଯାଇଥଲା ।  ବୁଧବାରଠୁ ପୁଣି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ । ରତ୍ନଭଣ୍ଡାରେ ଫାଟ ସ୍ଥାନରେ କେମିକାଲ ଟିମ୍‌ କେମିକାଲ ପ୍ରଲେପ ଦେବା କାମ କରିବ ।  ପରେ ଚଟାଣରେ ରହିଥିବା ପ୍ଲାଷ୍ଟରକୁ ଛଡ଼ାଇ ଗ୍ରାନାଇଟ୍‌ ପଥର ପକାଯିବ ।  ଭିତର ଭଣ୍ଡାର ଦକ୍ଷିଣ ପାଶ୍ୱର୍ର ଗ୍ରିଲ ଉପରେ ରହିଥିବା ବିମ୍‌କୁ ବଦାଇ ଦିଆଯିବ ।  ମାର୍ଚ୍ଚ ପୂର୍ବରୁ ମରାମତି ସରିବା ଲକ୍ଷ୍ୟ ରଖାଯାଇଛି । ମରାମତି ସରିବା ପରେ ଗଣତିମଣତି ଆରମ୍ଭ ହେବ ବୋଲି ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି ।

Comments are closed, but trackbacks and pingbacks are open.