ଚଳିତ ବର୍ଷଠାରୁ ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

31

ଭୁବନେଶ୍ୱର : ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଯୋଜନା ହାତକୁ ନେଉଛନ୍ତି । ତେବେ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଚଳିତ ବର୍ଷଠାରୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରିବେ । ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହି ପୁରସ୍କାର ମିଳିବ । ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ କାର୍ଯ୍ୟକ୍ରମ (ଓସେପା) ସମ୍ମିଳନୀ କକ୍ଷରେ ପ୍ରଥମ ରାଜ୍ୟସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଛାତ୍ରଛାତ୍ରୀ ମେଧାବୀ ପୁରସ୍କାର ଓ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ତାଲିକାକୁ ରାଜ୍ୟସ୍ତରୀୟ କମିଟି ଅନୁମୋଦନ କିରବା ପରେ ସେମାନଙ୍କ ଆକାଉଣ୍ଟକୁ ସିଧାସଳଖ ପୁରସ୍କାର ରାଶି ପଠାଯିବ । ଖୁବଶୀଘ୍ର ଯୋଗ୍ୟ ବିବେଚିତ ତାଲିକା ପଠାଇବାକୁ ଜିଲ୍ଲାସ୍ତରୀୟ କମିଟିକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।

ରାଜ୍ୟସ୍ତରରେ ଶ୍ରେଷ୍ଠ ୧୦୦ ଛାତ୍ରଛାତ୍ରୀଙ୍କୁ ୫୦ ହଜାର, ଜିଲ୍ଲାସ୍ତରରେ ଶ୍ରେଷ୍ଠ ୩ ହଜାର ଜଣଙ୍କୁ ୧୦ ହଜାର ଓ ପ୍ରତି ବ୍ଲକରେ ଶ୍ରେଷ୍ଠ ୧୦୦ ଜଣଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆର୍ଥିକ ପଛୁଆ ଶ୍ରେଣୀର ଯେଉଁ ପିଲାମାନେ ଦଶମ ବୋର୍ଡ ପରୀକ୍ଷାରେ ସର୍ବାଧିକ ମାର୍କ ରଖିଥିବେ ସେମାନଙ୍କୁ ମେଧା-ବୃତ୍ତି ପୁରସ୍କାର ମିଳିବ । ବିଦ୍ୟାଳୟ ସ୍ତରରେ ନେତୃତ୍ୱ ନେବାର ସାମର୍ଥ୍ୟ ରଖିଥିବା ପିଲାଙ୍କୁ ସମ୍ମାନିତ କରାଯିବ । ପ୍ରତି ସ୍କୁଲରୁ ୧୦ମ ଶ୍ରେଣୀର ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ମୋଟ ୮୩୧୧ ଜଣ ଛାତ୍ର ଓ ୮୮୦୭ ଜଣ ଛାତ୍ରୀଙ୍କୁ ଏହି ପୁରସ୍କାର ମିଳିବ ।

Comments are closed, but trackbacks and pingbacks are open.