ଭୁବନେଶ୍ବର: ଆଜି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ନୂଆପଡା ଉପଜିଲ୍ଲାପାଳ ଅଫିସରେ ଏହି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ପ୍ରାର୍ଥୀପତ୍ର ଶୋଭାଯାତ୍ରା ବେଳେ ତାଙ୍କ ସହିତ କଂଗ୍ରେସ ସଭାପତି ଭକ୍ତଦାସ, କଂଗ୍ରେସର ପୂର୍ବତନ ବିଧାୟକ ସୁରେଶ ରାଉତରାୟ, ବିଧାୟକ ସାଗର ଦାସ ପ୍ରମୁଖ ବହୁ ନେତା ଓ କର୍ମୀ ଯୋଗଦେଇଥିଲେ। ନୂଆପଡା ଉପନିର୍ବାଚନ ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ। ଭୋଟ ଗଣତି ନଭେମ୍ବର ୧୪ ତାରିଖରେ ହେବ।
Comments are closed, but trackbacks and pingbacks are open.