ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

229

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ଗଠନ ହେବ ନୂଆ ସରକାର। ସେଥିପାଇଁ ସରକାରୀ କର୍ମଚାରୀଙ୍କ ଦାୟିତ୍ବ ବଢିବ। ସେଥିପାଇଁ ଆସନ୍ତା ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏନେଇ  ସାଧାରଣ ପ୍ରଶାସନ ବିଭାଗ  ପକ୍ଷରୁ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ । ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ । ହେଡକ୍ୱାର୍ଟର ନଛାଡିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନ ରହିବାକୁ କୁହାଯାଇଛି । କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି।

Leave A Reply

Your email address will not be published.