ରାଜ୍ୟ ବାସୀଙ୍କୁ ସୁବିଧାଜନକ, ଦକ୍ଷ ଆଇନ ସେବା ପ୍ରଦାନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ : ମୁଖ୍ୟମନ୍ତ୍ରୀ

15

ଭୁବନେଶ୍ୱର: ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟର ପ୍ରତି ଘରେ ଆଇନ ସେବା ପହଞ୍ଚାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି କହିଛନ୍ତି ନବୀନ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର କହିଛନ୍ତି, ରାଜ୍ୟରେ ଲୋକଙ୍କୁ ନ୍ୟାୟ ମିଳିବା ପ୍ରକ୍ରିୟାରେ ଉନ୍ନତି ଘଟିଛି । ଟେକ୍ନୋଲଜିର ବ୍ୟବହାର ଦ୍ବାରା ନ୍ୟାୟ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ହିଞ୍ଜିଳିରେ ଦୌରା ଜଜ କୋର୍ଟ ପ୍ରତିଷ୍ଠା ହେବା ଦ୍ବାରା ବିଶେଷ କରି ଗରିବ ଓ ଦୁର୍ବଳ ଶ୍ରେଣୀର ଲୋକ ବେଶୀ ଉପକୃତ ହେବେ ବୋଲି କହିଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି।

ଓକିଲମାନେ ପୂର୍ଣ୍ଣ ପ୍ରାଣରେ ଲୋକଙ୍କୁ ନ୍ୟାୟ ପ୍ରଦାନ କରିବାକୁ ଚେଷ୍ଟା କରିବେ । ତେବେ ହଞ୍ଜିଳିରେ କୋର୍ଟ ସ୍ଥାପନା ଲଗି ମୁଖ୍ୟମନ୍ତ୍ରୀ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଧନ୍ୟବାଦ ଜଣାଇଥିଲେ । କଟକରୁ ଭର୍ଚୁଆଲରେ ଯୋଡ଼ି ହୋଇ ମୁଖ୍ୟ ବିଚାରପତି ଲୋକଙ୍କୁ ନ୍ୟାୟ ମିଳିବାରେ ବିଳମ୍ବ ହେବନି ବୋଲି ଆଶା କରିଛନ୍ତି । ମାହାମରୀ ସମୟରେ ହାଇକୋର୍ଟ ସେଥିପାଇଁ ବନ୍ଦ କରାଯାଇନଥିଲା । ନୂଆ କୋର୍ଟ ସ୍ଥାପନା, ବିଚାରପତି ନିଯୁକ୍ତି, ଟେକ୍ନୋଲଜି ବ୍ୟବାହର ଦ୍ବାରା ନ୍ୟାୟିକ ପ୍ରକ୍ରିୟାରେ ଉନ୍ନତି ଘଟିଛି ବୋଲି କହିଛନ୍ତି ମୁଖ୍ୟ ବିଚାରପତି ।

Comments are closed, but trackbacks and pingbacks are open.