ମୟୁରଭଞ: ଦଶମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣାପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ସୂଚନା ଅନୁଯାୟୀ, ମୟୂରଭଞ୍ଜଜିଲ୍ଲା ବେତନଟୀ ବ୍ଲକ ଅଧୀନ ଧନପୁରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ(KGBV)ର ଜଣେ ଦଶମ ଶ୍ରେଣୀ ଛାତ୍ରୀ ସାତ ମାସର ଗର୍ଭବତୀ ଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ବେତନଟୀ ଡାକ୍ତରଖାନା ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ବୁଧବାର ସକାଳେ ଛାତ୍ରୀ ଜଣକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବେତନଟୀ ବ୍ଲକ ଶିକ୍ଷା ଅଧିକାରୀ ବିପ୍ଳବ କର ନିଲମ୍ବନ ଆଦେଶ ଜାରି କରିଛନ୍ତି। OCS (CCA) ନିୟମ, ୧୯୬୨ର ନିୟମ ୧୨ ଅନୁଯାୟୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି।ତେବେ ଛାତ୍ରୀଙ୍କ ଗର୍ଭଧାରଣ ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବରୁ ଅବଗତ ଥିଲେ କି ନାହିଁ, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ।
Comments are closed, but trackbacks and pingbacks are open.