୧ରୁ ୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା

34

ଭୁବନେଶ୍ୱର୍‌: ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଶନି ଓ ରବିବାର ପ୍ରବଳ ବର୍ଷିବ ବୋଲି ଆଇଏମ୍‌ଡି ପକ୍ଷରୁ ଆକଳନ କରାଯାଇଛି । ଆସନ୍ତାକାଲି ସକାଳ ୮ଟା ୩୦ରୁ ୨ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା ଏବଂ ଜଗତସିଂପୁର । ତେଣୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨ତାରିଖ ସକାଳ ୮ଟା ୩୦ରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩ରୁ ୪ ତାରିଖ ମଧ୍ୟରେ ପୁରୀ, ଜଗତସିଂପୁର, ଗଞ୍ଜାମ ଏବଂ କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହଛି । ୪ତାରିଖରୁ ୫ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଏହି ଜିଲ୍ଲାଗୁଡିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସମାନ ସମୟ ମଧ୍ୟରେ ମଧ୍ୟ ଗଞ୍ଜାମ, ବୌଦ୍ଧ, ବଲାଙ୍ଗିର, ନୟାଗଡ, ପୁରୀ, ରାୟଗଡ଼ା, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂପୁର, ଭଦ୍ରଖ, ଯାଜପୁର, ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ପକ୍ଷରୁ ଆକଳନ କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତି ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବ ରହିଛି । ଏଥିଯୋଗୁଁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.