ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ; ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

13

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ଓଡ଼ିଶାର ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ରବିବାର ପ୍ରବଳ ବର୍ଷା ଆଶଙ୍କା ଅଛି। ୩୧ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ୧ ତାରିଖତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୨ ଓ ୩ ତାରିଖରେ ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି।

Comments are closed, but trackbacks and pingbacks are open.