ପ୍ରବଳ ବର୍ଷା ; ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

52

ଭୁବନେଶ୍ୱର:ବଙ୍ଗୋପସାଗରର ଉତ୍ତରପୂର୍ବ ଏବଂ ତତସଂଳଗ୍ନ ପୂର୍ବ କେନ୍ଦ୍ରାଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଶନିବାର ଓଡ଼ଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହୋଇ ଉତ୍ତର ଓଡ଼ିଶାର ଉତ୍ତର ପଶ୍ଚିମ ଏବଂ  ପଶ୍ଚିବଙ୍ଗ ଉପକୂଳ ଆଡକୁ ମୁହାଁଇବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରିହଛି । ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ଶନିବାର ସାଢେ ୮ଟା ସୁଦ୍ଧା ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି, ବିଜୁଳି ବର୍ଷା ସହ  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୩ ଦିନ ମଧ୍ୟରେ ବର୍ଷାର ପରିମାଣ ବଢିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତାକାଲି ପାଇଁ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରାୟ ୭ରୁ ୨୦ ସେମି ବର୍ଷା ହେବାର ଅନୁମାନ କରାଯାଉଛି ।

Comments are closed, but trackbacks and pingbacks are open.