ପଶ୍ଚିମା ଝଡ଼ ପ୍ରଭାବରୁ ୧୬ରୁ ରାଜ୍ୟ ରେ ପୁଣି ବର୍ଷା

19

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୬ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତେବେ ଆସନ୍ତାକାଲିଠାରୁ ରାଜ୍ୟର ରାତି ତାପମାତ୍ରା ବଢ଼ିଯିବ । ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ରାତ୍ରି ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହା ପରେ ୧୬ରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ଜିଲ୍ଲାରେ କୁଆପଥର ସହ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.