ମକରଚୌରାଶୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଓ

54

ପୁରୀ: ଆଜି ମକର ସଂକ୍ରାନ୍ତି । ଆଜିର ଦିନରେ ସୂର୍ଯ୍ୟଙ୍କ ଉତ୍ତରାୟଣଗତି ଆରମ୍ଭ ହୁଏ । ତେଣୁ କେତେକ ସ୍ଥାନରେ ଏହି ପର୍ବକୁ ଉତ୍ତରାୟଣୀ ନାମରେ ମଧ୍ୟ ଜଣାଯାଏ । ଆଜିର ଦିନରେ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ଚଳନ କରନ୍ତି । ଆଜି ଠାରୁ ଦିନ ବଡ଼ ହେବା ଆରମ୍ଭ ହୁଏ । ଏହାର ପ୍ରଭାବ ବହୁତଥିବାରୁ ଶ୍ରଦ୍ଧାଳୁ ମାନେ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନ କରିଥାନ୍ତି ଏବଂ ସୂର୍ଯ୍ୟଙ୍କ ପ୍ରଥମ ପୂଜର୍ଚ୍ଚନା ମଧ୍ୟ କରିଥାନ୍ତି ।

ସେହିପରି ଆଜି ମକର ସଂକ୍ରାନ୍ତି ପାଇଁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତ ଅନୁଷ୍ଠିତ । ଆଜି ମକରଚୌରାଶୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଓ । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ପଟା ପହରଣ ଲାଗି କରାଯିବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ମକର ନୀତି ଅନୁଷ୍ଠିତ ହେବ ।

ଆଜି ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଅଧିବାସରେ ରଖାଯାଇଥିବା ଭୋଗକୁ ଭୋଗ ମଣ୍ତପରୁ ନେଇ ବେଢା ପରିକ୍ରମା କରାଯିବ । ଏହା ପରେ ମହାଭୋଇ ମାନେ ରୋଷଶାଳରୁ ଦହି ଆଣିବେ ସେହିପରି ଗୁଡିଆମାନେ ଫେଣା, ଶାକର, ଆଣି ମକର ଭୋଗ ପ୍ରସ୍ତୁତ କରିବେ । ଏହାପରେ ମହାପ୍ରଭୁଙ୍କ ଶ୍ରୀଚରଣରେ ନଳୀ ପାନ ଅର୍ପଣ କରାଯିବାର ବିଧି ରହିଛି ।

ମକର ସଂକ୍ରାନ୍ତି ସମ୍ପର୍କରେ କିଛି ବିଶେଷ କଥା ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି ।

Comments are closed, but trackbacks and pingbacks are open.