ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

59

ଭୁବନେଶ୍ବର: ଓଡ଼ିଶା-ଝାରଖଣ୍ଡ ସୀମାନ୍ତରେ ସୁରକ୍ଷା ବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଭୟଙ୍କର ଗୁଳି ବିନିମୟ ଘଟିଛି। ସରଣ୍ଡା ବାଲିବା ଜଙ୍ଗଲରେ ଚାଲିଥିବା ଏହି ଅପରେସନରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ୫ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରାଞ୍ଚିକୁ ଏୟାରଲିଫ୍ଟ କରାଯାଇଛି। ଅନ୍ୟପଟେ, ସୁରକ୍ଷା କର୍ମୀଙ୍କ ପାଲଟା ଜବାବରେ ୩ରୁ ୪ ଜଣ ନକ୍ସଲ ପ୍ରାଣ ହରାଇଥିବା ସୂଚନା ମିଳିଛି। କିଛି ନକ୍ସଲ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରାଯାଇ ସର୍ଚ୍ଚ ଅପରେସନକୁ ଜୋରଦାର କରାଯିବା ସହ ସୀମାନ୍ତ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି।

Comments are closed, but trackbacks and pingbacks are open.