ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଡିଜିପିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

182

ଭୁବନେଶ୍ବର: ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ସହ ଯେ କୌଣସି ଅପ୍ରୀତିକର ପରିସ୍ଥିତିକୁ ମୁକାବିଲା କରିବାକୁ ସର୍ବଦା ପ୍ରସ୍ତୁତ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଡିଜିପି ଶ୍ରୀ ଖୁରାନିଆ  କଟକ ବାଲିଯାତ୍ରା ଆୟୋଜନ ସ୍ଥଳକୁ ଗସ୍ତ କରି ସେଠାରେ ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ବିସ୍ତୃତ ଭାବେ ଅନୁଧ୍ୟାନ କରିଥିଲେ। ସେଠାରେ ଲକ୍ଷାଧିକ ଲୋକଙ୍କ ଜନ ଗହଳି ହେଉଛି। ଜନ ସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେ ଭଳି କୌଣସି ତ୍ରୁଟି ବିଚ୍ୟୁତି ନ ହେବ ସେ ସଂକ୍ରାନ୍ତରେ ନିୟୋଜିତ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହା ସହ ଜନ ସାଧାରଣଙ୍କ ସୁରକ୍ଷା ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Comments are closed, but trackbacks and pingbacks are open.