ପର୍ଯ୍ୟଟକଙ୍କୁ ହୀରାକୁଦ ଜଳଭଣ୍ଡାର ପରିଦର୍ଶନ ମନା…

142

ଭାରତ-ପାକିସ୍ତାନ ମଧ୍ୟରେ ଗତ ଦୁଇ ଦିନ ହେଲା ଉତ୍ତେଜନା ଲାଗି ରହିଥିବାରୁ, ହୀରାକୁଦ ବନ୍ଦର ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହାସହିତ ପର୍ଯ୍ୟଟକମାନଙ୍କର ହୀରାକୁଦ ଡ୍ୟାମକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଭାରତ-ପାକିସ୍ତାନ ଉତ୍ତେଜନା ଇଫେକ୍ଟ ପାଇଁ ହୀରାକୁଦ ଜଳଭଣ୍ଡାରର ସୁରକ୍ଷାକୁ କଡାକଡି କରାଯାଇଛି । ଯାହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟକୁ ହାଇଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର। ଏହିକ୍ରମରେ ରାଜ୍ୟ ସରକାର ହୀରାକୁଦ ଜଳଭଣ୍ଡାରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛନ୍ତି । ଏଥିସହ ହୀରାକୁଦରେ ୩ ଲେୟାରର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଯେଉଁଥିରେ ଯବାନମାନେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ରଖିଛନ୍ତି । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଲାଇଟ୍‌ ମେସିନ ଗନ ବ୍ୟବସ୍ଥା କରାଯାଇଛି। ସୁରକ୍ଷାକର୍ମୀମାନେ ଡ୍ୟାମକୁ ଜଗି ରହିଛନ୍ତି। ଜଳ ସମ୍ପଦ ଅଧିକାରୀଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟକ୍ତିଙ୍କୁ ଡ୍ୟାମ ଭିତରକୁ ଯିବାକୁ ବାରଣ କରାଯାଇଛି ।

Comments are closed, but trackbacks and pingbacks are open.