ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୬ତମ ଜନ୍ମଦିନ:ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ

19

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଏବଂ ସବକା ପ୍ରୟାସ’ର ମୂଳମନ୍ତ୍ର ନେଇ ଭାରତକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛନ୍ତି । ଗୁଜରାଟର ଏକ ସାଧାରଣ ପରିବାରରୁ ଆରମ୍ଭ ହୋଇ ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ‘ପ୍ରଧାନ ସେବକ’ ହେବା ପର୍ଯ୍ୟନ୍ତ ତାଙ୍କର ଏହି ଯାତ୍ରା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ଅତୁଳନୀୟ ପ୍ରେରଣା । ତାଙ୍କ ଜନ୍ମଦିନ କେବଳ ଏକ ବ୍ୟକ୍ତିଗତ ଉତ୍ସବ ନୁହେଁ, ବରଂ ସାରା ଦେଶ ପାଇଁ ସେବା ଦିବସ । କେବଳ ସେତିକି ନୁହଁ, ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ, ୨୫ ବର୍ଷର ଶାସନ ଯାତ୍ରାର ନୂଆ ମାଇଲଖୁଣ୍ଟ ନିକଟରେ ନରେନ୍ଦ୍ର ମୋଦି । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇ ସାମାଜିକ ଗଣମାଧ୍ୟମ X ରେ ପୋଷ୍ଟ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଭାରତର ବିନ୍ଧାଣୀ ମୋଦୀଜୀଙ୍କ ଦୀର୍ଘ ୫୦ ବର୍ଷର ଜନସେବା ଏବଂ ୨୫ ବର୍ଷର ନିରବଚ୍ଛିନ୍ନ ଶାସନ ଦେଶରେ କାୟାକଳ୍ପ ଆଣିଛି। ତାଙ୍କର ଏହି କଲ୍ୟାଣକାରୀ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଳିତ ହେଉଥିବା ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ କେବଳ ଏକ କାର୍ଯ୍ୟକ୍ରମ ନୁହେଁ, ବରଂ ଏହା ମାନବସେବା ଓ ତ୍ୟାଗର ଏକ ବିରାଟ ଜନ-ଆନ୍ଦୋଳନ। ଦେଶର ବିକାଶ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆଜି ବିଶ୍ୱର ଏକ ପ୍ରଭାବଶାଳୀ ଭୂ-ରାଜନୈତିକ ଓ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି। ପ୍ରତିରକ୍ଷା ଆମଦାନୀ ୭୦% ରୁ ହ୍ରାସ ପାଇ ୩୫% ରେ ପହଞ୍ଚିବା ସହ ସେମିକଣ୍ଡକ୍ଟର ଓ ସ୍ପେସ୍ ଟେକ୍ନୋଲୋଜି କ୍ଷେତ୍ରରେ ଭାରତ ଆତ୍ମନିର୍ଭର ହେଉଛି। ୨୦୪୭ ପୂର୍ବରୁ ବିକଶିତ ଭାରତର ଲକ୍ଷ୍ୟ ହାସଲ ହେବା ସୁନିଶ୍ଚିତ। ସେହିପରି ରାଜ୍ୟର ଯୁବଶକ୍ତିକୁ ଆହ୍ୱାନ ଦେଇ ସେ କହିଥିଲେ ଯେ, ଯୁବବର୍ଗ ନିଜ ଦୈନନ୍ଦିନ ଜୀବନରୁ କିଛି ସମୟ କାଢ଼ି ସମାଜସେବାରେ ନିୟୋଜିତ ହେବା ସହ ଦେଶସେବା ପାଇଁ ବ୍ରତୀ ହେବା ହିଁ ମୋଦୀଜୀଙ୍କ ପ୍ରତି ଶ୍ରେଷ୍ଠ ସମ୍ମାନ ହେବ
I

Comments are closed, but trackbacks and pingbacks are open.