ଭୁବନେଶ୍ଵର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହୋଇଥିବା ନେଇ ରେକର୍ଡ କରାଯାଇଛି। ଇତିମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
Comments are closed, but trackbacks and pingbacks are open.