ଲଘୁଚାପ ବାତ୍ୟା ନେଇ IMD ଡିଜିଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

16

ବିଭିନ୍ନ ଗଣମାଧ୍ୟମରେ ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ଜୋର ଧରିଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ । ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରାଯାଇଛି। ହେଲେ ଏହା ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା କିମ୍ବା ବାତ୍ୟା ହେବାର କୌଣସି ସୂଚନା ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏହି ପ୍ରସଙ୍ଗରେ ବର୍ତ୍ତମାନ ସୁଦ୍ଧା ବାତ୍ୟା ଆକଳନ ହୋଇନଥିବା ଣମାଧ୍ୟମକୁ ସୂଚନା ଦେଇଆଇଏମଡି ଡିଜି ମୃତ୍ୟୁ ମହାପାତ୍ର କହିଛନ୍ତି ।
ଏ ସମ୍ପର୍କରେ ସବିଶେଷ ସୂଚନା ଦେବାକୁ ଯାଇ ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟର ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ଗତ ୧୦ ତାରିଖରେ କେନ୍ଦ୍ରୀୟ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳ ଓ ଆଖପାଖ ଭାରତ ମହାସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା। ୧୩ ତାରିଖରୁ ତାହା କେନ୍ଦ୍ରୀୟ ବିଷୁବରେଖା ଆଖପାଖ ଭାରତ ମହାସାଗର ଅଞ୍ଚଳରେ ସକ୍ରିୟ ରହିଥିଲା। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏକ ଲଘୁଚାପ ସୃଷ୍ଟି ହେବ। ହେଲେ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇନି।

ପୂର୍ବ ରେକର୍ଡ ଅନୁଯାୟୀ, ମାର୍ଚ୍ଚରେ ଯେଉଁ ଲଘୁଚାପ ସୃଷ୍ଟି ହୋଇଛି ତାହାର ସେପରି ପ୍ରଭାବ ଓଡ଼ିଶା ଉପରେ ପଡ଼ିନାହିଁ। ସାଧାରଣତଃ ମାର୍ଚ୍ଚରେ ଯେଉଁ ଲଘୁଚାପ ସୃଷ୍ଟି ହୋଇଥାଏ, ତାହା ଓଡ଼ିଶା ଆଡ଼କୁ ମୁହାଁଇବାକୁ ଅନୁକୂଳ ହୋଇ ନ ଥାଏ। ତେଣୁ ମାର୍ଚ୍ଚରେ ବାତ୍ୟା ଓଡ଼ିଶା ମୁହାଁ ହେବା କେବେ ପରିଲକ୍ଷିତ ହୋଇନି। ତେଣୁ ଆଗାମୀ ୫ ଦିନ ଯାଏ ବି ଓଡ଼ିଶାରେ ବାତ୍ୟା କିମ୍ବା ବର୍ଷାର କୌଣସି ସୂଚନା ନ ଥିବା କହିଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ।

Comments are closed, but trackbacks and pingbacks are open.