ମୂଲଚାଲ ବେଳେ ଧାରା ପଡିଲା ଦେଢ କୋଟି ଟଙ୍କା ମୂଲ୍ୟ ର ସାପ ବିଷ

21

ସାପ ବିଷ ସ୍ମଗଲିଂ ରାକେ୍ଟର ପର୍ଦ୍ଦାଫାଶ କରିଛି ଦେବଗଡ଼ ଜିଲ୍ଲା ରିଆମାଳ ଥାନା ପୁଲିସ୍‌। ଏହାକୁ ବିକ୍ରି ପାଇଁ ମୂଲଚାଲ ଚାଲିଥିବା ବେଳେ ଗରାଖ ସାଜି ୨ ଜଣଙ୍କୁ ମାଡ଼ି ବସିଛି ପୁଲିସ୍‌। ରିଆମାଳ ଥାନା ତାରଙ୍ଗ ଗାଁଠାରେ ଚଢାଉ ବେଳେ ୧ କିଲୋଗ୍ରାମ ଗ୍ରାମ ଓଜନର ସାପ ବିଷ ଜବତ କରିଛି ପୁଲିସ୍‌ । ଜବତ ହୋଇଥିବା ସାପ ବିଶ୍ୱ ର ମୂଲ୍ୟ ଦେଢ କୋଟି ଟଙ୍କା ହେବ ବୋଲି କୁହ ଯାଇଛି । ଏଥିସହ ସମ୍ବଲପୁର ଜିଲ୍ଲାର ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ସମ୍ବଲପୁର ସାଖିପଡାର ରଞ୍ଜନ କୁମାର ପାଢୀ ଏବଂ ସିନ୍ଦୁରପଙ୍କ ଗାଁର କୈଳାସ ଚନ୍ଦ୍ର ସାହୁ । ଦେବଗଡ ଜିଲ୍ଲାର ସ୍ୱତନ୍ତ୍ର ପୋଲିସ ଟିମ ଏହି ଚଢାଉ କରିଥିବା ସୂଚନା ମିଳିଛି । ତେବେ ଏହି ସାପ ବିଷ କୁଆଡ଼େ ଚାଲାଣ ହୋଇଥାନ୍ତି ତାହାର ତନାଘନା ଚଳାଇଛି ପୁଲିସ୍‌।

Leave A Reply

Your email address will not be published.