ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୩ କରୋନା ସଂକ୍ରମିତ ଚିହ୍ନଟ

29

ରାଜ୍ୟରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମଣ । ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରୁ ୧୦୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଅନ୍ୟପଟେ ଶୂନ ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦୦ଜଣ ଆକ୍ରାନ୍ତ ରହିଛନ୍ତି ।

ସେହିଭଳି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ଜଣ ରହିଥିବା ବେଳେ ,କଟକ ଜିଲ୍ଲାରୁ ୨୦୫ଜଣ,ସୁନ୍ଦରଗଡ ଜିଲ୍ଲାରୁ ୧୦୬ଜଣ ,ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ ,ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ,ଗଜପତି ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ,ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ,ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୩୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍‌ରୁ ୭୯ଜଣ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୭୧୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି I
ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୨୩୧୪୧୦୨ ସାମ୍ପୁଲ ଟେଷ୍ଟ୍ ହୋଇ ଥିବାବେଳେ,୧୨୯୭୧୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୨୫ଟି ସକ୍ରିୟ ସଂଖ୍ୟା ରହିଥିବା ବେଳେ ୧୨୮୩୧୬୯ଜଣ ସୁସ୍ଥ ହୋଇଛନ୍ତି ।

Comments are closed, but trackbacks and pingbacks are open.