ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

19

ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇ ସ୍ଥିତି ଆୟତ୍ତ ରେ ରହିଛି I ଗୋଟିଏ ମାସ ଭିତରେ ରାଜ୍ୟରେ ସଂକ୍ରମଣର ସ୍ଥିତି ୨ ଦଶ ତଳକୁ ରହୁଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ସଂକ୍ରମିତ ମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୫୭ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୯୫ ରହିଥିବା ବେଳେ ୮୩ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସମ୍ବଲପୁରରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.