ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧୩୦ କରୋନା ସଂକ୍ରମିତ ଚିହ୍ନଟ

27

ରାଜ୍ୟରେ ବଢି ଚାଲିଛି ଦୈନିକ କରୋନା ସଂକ୍ରମଣ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୩ ଜଣ ସଂକ୍ରମିତ ରହିଛନ୍ତି । ଆଜିର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୫୪୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୩୪୫ଟି ସକ୍ରିୟ କେସ୍‌ ରହିଥିବା ବେଳେ ୧୨୮୮୯୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୮୦୧୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି I

Comments are closed, but trackbacks and pingbacks are open.