ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୯୭ କରୋନା ସଂକ୍ରମିତ ଚିହ୍ନଟ

18

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୯୪୨କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୬୭୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୮୦୧୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୬୨୪୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.