ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨୦ କରୋନା ସଂକ୍ରମିତ ଚିହ୍ନଟ

15

ଦୁଇ ଦିନର ସଂକ୍ରମଣ ହ୍ରାସ ପରେ ଆଜି ସାମାନ୍ୟ ବୃଦ୍ଧି ପାଇଛି ଦୈନିକ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୯୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଆଜିର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୫୬୦୩କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୬୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୦୦୨୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୦୨୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି I ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.