ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୨ ସଂକ୍ରମିତ ଚିହ୍ନଟ , ୩ ଜଣଙ୍କ ମୃତ୍ୟୁ

17

ଆଜି ରାଜ୍ୟରେ ୩୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି । ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୭ ଓ ସ୍ଥାନୀୟ ଅଞ୍ଚଳରୁ ୧୩୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୪୨୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୨୬ ରହିଥିବା ବେଳେ ୪ ହଜାର ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୪୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.