ଆଜିର ଏହି ପୂଜାରେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ

27

ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା ।

ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମାାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

ପୌରାଣିକ ମାନ୍ୟତା ରହିଛି ଯେ , ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା’ ଦୁର୍ଗତିନାଶିନୀ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ ।

ଶେଷରେ ଦେବୀ ସିଂହବାହିନୀ ମହିଷାସୁର ସହ ଯୁଦ୍ଧ କରିଥିଲେ । ଦେବୀ ଶୂଳଦ୍ବାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଡଦ୍ବାରା ଶିରଚ୍ଛେଦ କଲେ । ପାପୀ ମହିଷାସୁରକୁ ବଦ୍ଧ କରି ବ୍ରାହ୍ମଣ୍ଡରେ ଶାନ୍ତି ପ୍ରତିଷ୍ଠା କରିଥିଲେ ।

Comments are closed, but trackbacks and pingbacks are open.