ଭୁବନେଶ୍ୱର:- ଭୁବନେଶ୍ୱର ଧଉଳି ଥାନା ଲିଙ୍ଗିପୁର ଛକ ନିକଟରେ ଖଣ୍ଡା ବୁଲିଛି । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଥିବା ଜଣାପଡିଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାକି ପୋଲିସ ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଘର ଆଗରେ ବାଇକ୍ କାଢିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଥିଲା । ଯାହାପରେ ୮ ରୁ ୧୦ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏପିରିକି ଏହି ଗଣ୍ଡଗୋଳରେ କାର୍ର କାଚ ଭାଙ୍ଗିବା ସହ ଥଣ୍ଡା ବୋତଲରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।
Comments are closed, but trackbacks and pingbacks are open.