ଉପର ମୁହାଁ ସଂକ୍ରମଣ, ୨୨୬ ଚିହ୍ନଟ

38

ଭୁବନେଶ୍ବର: ଉପର ମୁହାଁ ହେବାରେ ଲାଗିଛି କୋଭିଡ୍‌ ସଂକ୍ରମଣ। ସମଗ୍ର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୨୮୦୭୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ଵିଟର୍‌ ପୋଷ୍ଟରୁ ଜଣାପଡ଼ିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୦୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୯୭ଟି ସକ୍ରିୟ ମାମଲା ରହିଥିବା ବେଳେ ୧୩୧୭୦୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୦୬୭୭୭ ନମୁନା ପରୀକ୍ଷା ହୋଇଛି ।

Comments are closed, but trackbacks and pingbacks are open.