ପୁଣି ବଢ଼ିଲା ସଂକ୍ରମଣ : ଆଜି ରାଜ୍ୟରୁ ୧୧୭୪ କରୋନା ସଂକ୍ରମିତ ଚିହ୍ନଟ

30

ରାଜ୍ୟରେ ତଳ ଉପର ହେଉଛି ଦୈନିକ କରୋନା ସଂକ୍ରମଣ । ଗତ ୩ ଦିନ ଧରି ସଂକ୍ରମଣ କିଛି ମାତ୍ରାରେ ହ୍ରାସ ପାଇଥିବା ବେଳେ ଆଜି ପୁଣି ହଜାରେ ଟପିଛି ଆକ୍ରାନ୍ତ ଙ୍କ ସଂଖ୍ୟା I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତ ଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ଅଞ୍ଚଳ ରୁ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି ।

ସେହିଭଳି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୧୬ଜଣ ରହିଛନ୍ତି I ଅନ୍ୟ ଜିଲ୍ଲା ମାନଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୮୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୧ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି ।
ଆଜିର ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ ୧୩୦୯୦୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୨୮୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୫୮୪୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.