31 ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା

31

ଆସନ୍ତା କାଲିଠାରୁ ଜୁଲାଇ 31 ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ଭିତକନିକାରେ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଏପରି ପଦକ୍ଷେପ ନିଆଯାଇଛି । ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ । ଏହି ପ୍ରଜନନ ଋତୁ ସମୟରେ ବଉଳା କୁମ୍ଭୀର ପ୍ରଜନନ କରି ଅଣ୍ଡା ଦାମନ ପ୍ରକ୍ରିୟା ଶେଷ କରିଥାନ୍ତି

ନଦୀ କୂଳଠାରୁ ଜୁଆର ଛୁଇଁ ପାରୁନଥିବା ନିରାପଦ ସ୍ଥାନରେ ବସା ବାନ୍ଧିଥାନ୍ତି କୁମ୍ଭାର । ଏଠାରେ କୁମ୍ଭୀର ଅଣ୍ଡାଦାନ କରିଥାନ୍ତି । ଏହି ସମୟରେ ସେମାନଙ୍କର ପ୍ରଜନନ ପକ୍ରିୟା ଠାରୁ ଆରମ୍ଭ କରି ଅଣ୍ଡାଦାନ ପର୍ଯ୍ୟନ୍ତ କୁମ୍ଭୀର ହିଂସ୍ର ହୋଇଥାନ୍ତି । ସେମାନଙ୍କ ପକ୍ରିୟାରେ ବାଧା ଦେଖାଦେଲେ ସେମାନେ ଆକ୍ରମଣ କରିବାକୁ ପଛାଇ ନଥାନ୍ତି । ଏହାକୁ ଦୃଷ୍ଟିରେ ରଖି 3 ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ପରିଭ୍ରମଣ ପାଇଁ ପର୍ଯ୍ୟଟକଙ୍କୁ ବନ୍ଦ କରାଯାଇଛି ।

Comments are closed, but trackbacks and pingbacks are open.