ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା : ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

20

ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ଯୋଗୁଁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଛି । ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲା ଛତ୍ରପୁରଠାରେ ସର୍ବାଧିକ ୭୮.୬ ମିମି ବର୍ଷା ରେକର୍ଡ ହୋଇଯାଇଛି ।
ଏଥିସହ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହୋଇଛି । ଆଜି ମଧ୍ୟ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହୁଛି । ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ୪ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୬ ରୁ ୧୭ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସ୍ଥିତି ଉପରେ ନଜର ରଖିବାକୁ ଜିଳ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି । ଲୋକଙ୍କୁ ସଚେତନ କରିବା ଲାଗି ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ଅନ୍ୟପଟେ ଆଜି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ରହିଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି ।

Leave A Reply

Your email address will not be published.