୧୪ ଯାଏଁ ଢ଼ାଙ୍କିବ କୁହୁଡ଼ି

45

ଭୁବନେଶ୍ୱର : ଆଗାମୀ ୩ ଦିନ ପାଇଁ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଏହା ପରଠାରୁ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ଅଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟରେ ହାଲୁକା ଶୀତ ଅନୁଭବ ହେବାକୁ ଥିବା ବେଳେ ଘନ କୁହୁଡି କଲବଲ କରିବ। କୁହୁଡ଼ି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ଦୃଶ୍ୟମାନ ହେବ। ଏଥିପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସମ୍ପୃକ୍ତ ଜିଲ୍ଲା ଗୁଡ଼ିକ ହେଉଛି କୋରାପୁଟ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଓ ସୁନ୍ଦରଗଡ଼। ସେହିପରି ଆସନ୍ତାକାଲି ଝାରସୁଗୁଡା, କଳାହାଣ୍ଡି, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ସମ୍ବଲପୁର,ଗଞ୍ଜାମ, ଗଜପତି ଓ ପୁରୀରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବ ବୋଲି କହିଛି ପାଣିପାଗ ବିଭାଗ । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ପାହାଡ଼ିଆ ଅଞ୍ଚଳ ଭାବରେ ଜି. ଉଦୟଗିରିରେ ସର୍ବନିମ୍ନ ୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ ଫୁଲବାଣୀରେ ୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ କଟକ ଓ ଫୁଲବାଣୀରେ ମଧ୍ୟମ କୁହୁଡି ଦୃଶ୍ୟମାନ ହୋଇଥିବା ବେଳେ ତାଳଚେର ଓ ଭୁବନେଶ୍ୱରରେ ଘନ କୁହୁଡି ଦୃଶ୍ୟମାନ ହୋଇଛି।

Comments are closed, but trackbacks and pingbacks are open.