୫ ରୁ ଲାଗି ରହିବ ବର୍ଷା !

27

ଜାରି ରହିବ ବର୍ଷାର ପ୍ରଭାବ । ୪ ଦିନ ଯାଏ ଲାଗି ରହବି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ । ଆସନ୍ତା ୫ ତାରିଖ ଆଡ଼କୁ ଦକ୍ଷିଣ-ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ସଂପର୍କରେ ସୂଚନା ଦେଇଛନ୍ତି । ଏହି ଲଘୁଚାପଟି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । କିନ୍ତୁ ଓଡ଼ିଶା ଉପରେ ଏହି ଲଘୁଚାପର କୌଣସି ପ୍ରଭାବ ରହିବ ନାହିଁ । ସେ ସମୟରେ ମତ୍ସ୍ୟଜୀବୀମାନଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ଯିବାକୁ ବାରଣ କରାଯାଇଛି । ରାଜ୍ୟରେ ଏବେ କାଳବୈଶାଖୀର ପ୍ରଭାବ ଜାରି ରହିଛି ।

ଏଥିସହ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଗୁରୁଚାପବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପର୍ଯ୍ୟାପ୍ତ ପରିମାଣର ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି । ଏହି ଦୁଇପ୍ରକାର ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ିଜନିତ ବର୍ଷା ଜାରି ରହିବ । ଏହା ସହିତ ୧୩ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି ।

କାଳବୈଶାଖୀ ଯୋଗୁଁ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ହ୍ରାସ ପାଇବ । ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଆଜି ପାଗ ଆଂଶିକ ମେଘୁଆ ରହିବ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ ।

Comments are closed, but trackbacks and pingbacks are open.