ଆହୁରି ବଢ଼ିବ ତାତି, ୧୩ ଓ ୧୪ରେ ହେବ ଝାଞ୍ଜିମାଡ

158

ଭୁବନେଶ୍ୱର : ରାଜ୍ୟରେ ବଢୁଛି ପାରଦର ସ୍ତର ତାପମାତ୍ରା ବୃଦ୍ଧି ସହ ଅସମ୍ଭାଳ ତାତି ଦେଖୁବାକୁ ମିଳୁଛି। ଉପକୂଳରୁ ଉପାନ୍ତ ସବୁଠି ତାତି ଥିବା ବେଳେ ଜଳିବ ପଶ୍ଚିମ ଓଡ଼ିଶା। ହୋଲିରେ ଅସମ୍ଭାଳ ହେବ। ଆଜିଠାରୁ ତାତି ବଢୁଥିବା ବେଳେ ଆଗାମୀ ୫ ଦିନରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ୧୩, ୧୪ ଓ ୧୫ ତାରିଖ ୩ ଦିନ ହିଟୱେଭ ବିଭାଗ ଜାରି କରିଥିବା ବେଳେ ପଶ୍ଚିମ ଓଡିଶା ବା ଆଭ୍ୟନ୍ତରୀଣ ଓଡ଼ିଶାରେ ଅସ୍ତବ୍ୟସ୍ତ କରିବ ଅସମ୍ଭାଳ। ୩ ଦିନ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କରିଥିବା ବେଳେ ପ୍ରବଳ ଖରା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,”ପଶ୍ଚିମ ଓଡ଼ିଶାରେ ହୋଇପାରେ ନିଆଁବର୍ଷା। ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲା ପାଇଁ ସତର୍କତା ଜାରି କରିଛି କେନ୍ଦ୍ର। ୧୩ ତାରିଖ ରେ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ କୁ ୟେଲୋ ୱାର୍ଣିଂ ଜାରି। ୧୪ ତାରିଖ ଓ ୧୫ ତାରିଖ ରେ ପ୍ରବଳ ଖରା ନେଇ ୮ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଅନୁଗୁଳ ଓ ବରଗଡ଼ କୁ କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାବାସୀଙ୍କୁ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। “ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଏଥିସହ ୪-୫ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏପରିକି ଏଥର ରେକର୍ଡ ଭାଙ୍ଗିବ ବୋଲି ପୂର୍ବାନୁମାନ କରାଯାଇଛି। ମାର୍ଚ୍ଚରୁ ମେ’ ଯାଏଁ ସ୍ୱାଭାବିକ ଠାରୁ ଅଧିକ ରହିବ ଦିନ ତାପମାତ୍ରା। ମାର୍ଚ୍ଚରୁ ମେ’ ମଧ୍ୟରେ ଗ୍ରୀଷ୍ମ ଲହର ଅବଧି ବୃଦ୍ଧି ସମ୍ଭାବନା ରହିଛି। ଗତ ୨୪ ଘଂଟାରେ ବୌଦ୍ଧରେ ସର୍ବାଧିକ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ୩୭ ରୁ ଊର୍ଧ୍ୱ ୫ ଜିଲ୍ଲା ଭବାନୀପାଟଣା , ଟିଟିଲାଗଡ ଝାରସୁଗୁଡା,ବଲାଙ୍ଗୀର ଓ ହୀରାକୁଦ ରେ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱର ସର୍ବାଧିକ ୩୩.୮ ଓ କଟକରେ ୩୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Comments are closed, but trackbacks and pingbacks are open.