ଜୟନାରାୟଣଙ୍କ ମାନସିକ ସ୍ଥିତି ଠିକ୍‍ ନାହିଁ : ବିଜେଡି

43

ଭୁବନେଶ୍ୱର : ସବୁବେଳେ ଆମେ କହି ଆସିଛୁ, ଜୟନାରାୟଣ ମିଶ୍ରଙ୍କର ମାନସିକ ସ୍ଥିତି ଠିକ୍ ନାହିଁ । କୋଲକାତାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସକ୍ ଟ୍ରିଟମେଣ୍ଟକୁ ଡରି ସେ ଲୁଚିକି ପଳାଇ ଆସିଛନ୍ତି । ଯେହେତୁ ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳିଚାଉଳି ହେଉଛନ୍ତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍ ମହାନ୍ତି । ବିଜେଡି ମୁଖପାତ୍ର ଡକ୍ଟର ମହାନ୍ତି କହିଛନ୍ତି ଯେ ଏହି ବାଚଳାମିର ଆଉ ଏକ ଉଦାହରଣ ସଭିଏଁ ଦେଖିଲେ । ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀଯୁକ୍ତ ଅମିତ ଶାହା ଓଡିଶା ଆସିଥିବା ବେଳେ ଜୟନାରାୟଣ ମିଶ୍ର କୋଲକାତାର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ତେଣୁ ସେତେବେଳେ କଣ ଘଟିଥିଲା ତାହା ଜାଣିବା ତାଙ୍କ ପକ୍ଷେ ସମ୍ଭବପର ନଥିଲା ।

ସେଥିପାଇଁ ଗଣମାଧ୍ୟମ ସାମ୍ନାରେ ପୁଣି ନିଜର ପାଗଳାମି ଦେଖାଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଅନୁରୋଧ, ତୁରନ୍ତ ଶ୍ରୀଯୁକ୍ତ ମିଶ୍ରଙ୍କର ଚିକିତ୍ସା ବ୍ୟବସ୍ଥା କରାନ୍ତୁ । ଆଉ ଚିକିତ୍ସା ନସରିଲା ପର୍ଯ୍ୟନ୍ତ ଦୟାକରି ସମ୍ବଲପୁର ଯାଆନ୍ତୁନି । ନଚେତ ବଲାଙ୍ଗୀରରେ ସିନା ଆପଣ ଅଳ୍ପକେ ମାଡ ଖାଇବାରୁ ବର୍ତ୍ତିଗଲେ, ହେଲେ ସମ୍ବଲପୁରରେ ଜୟନାରାୟଣ ମିଶ୍ରଙ୍କ ବାଚଳାମିରୁ ଆପଣ ବର୍ତ୍ତି ପାରିବେ ନାହିଁ ।

ମନେଅଛି ନା ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ସହ କଣ ଘଟିଥିଲା ୟାକରି ରାଜ୍ୟ ବିଜେପି ନେତାଏଁ ଜୟନାରାୟଣ ମିଶ୍ରଙ୍କର ସ୍ୱାସ୍ଥ୍ୟାବସ୍ଥାକୁ ଅଣଦେଖା କରନ୍ତୁ ନାହିଁ । ଯେତେଶୀଘ୍ର ପାରୁଛନ୍ତି ତୁରନ୍ତ ତାଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଉପଲବ୍ଧ କରାନ୍ତୁ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

Comments are closed, but trackbacks and pingbacks are open.