ମେ ୫ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା ବେଳେ ରାଜ୍ୟରେ କାଳବୈଶାଖୀ ଆଉ ୪ରୁ ୫ ଦିନ ଲାଗି ରହିବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪ ତାରିଖ ସକାଳ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ ।
ତେବେ ଆସନ୍ତକାଲି ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝୁଙ୍କ ପବନ ହୋଇପାରେ । ସେହିଭଳି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ।
Comments are closed, but trackbacks and pingbacks are open.