ଖୁଵଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନା SOP: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

183

ଭୁବନେଶ୍ୱର: ରାଜ୍ୟରେ ତୃଣମୂଳ ସ୍ତରରେ ଶିଶୁ ଯତ୍ନ ଓ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଭାସୀ (ଭର୍ଚୁଆଲ୍) ମାଧ୍ୟମରେ ୩୦ଟି ଜିଲ୍ଲାରେ ୧,୮୮୯ଟି ନବନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ରର ଲୋକାର୍ପଣ କରିଛନ୍ତି। ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଏକ ସୁନ୍ଦର, ସକ୍ଷମ ଓ ସୁଦୃଢ଼ ଅଙ୍ଗନବାଡ଼ି ଗଠନ କରିବା ହିଁ ଆମ ସରକାରଙ୍କ ମୂଳ ଲକ୍ଷ୍ୟ।”

Comments are closed, but trackbacks and pingbacks are open.