୨୦୨୧ ଧର୍ମପଦ ପୁରସ୍କାର ପାଇବେ ଲଲାଟ ମୋହନ ପଟ୍ଟନାୟକ

35

ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ମିଳିବ । ରାଜ୍ୟରେ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ସ୍ୱରୂପ ‘ଧର୍ମପଦ ପୁରସ୍କାର’ ପ୍ରତିବର୍ଷ ଓଡ଼ିଶା ଲଳିତ କଳା ଏକାଡ଼େମୀ ପକ୍ଷରୁ ପ୍ରଦାନ କରାଯାଇଥାଏ । ସେହିପରି ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା, ପଞ୍ଚାନନ ସୁର, ଦୁର୍ଗା ଚରଣ ପଣ୍ଡା ଏବଂ ବରିଷ୍ଠ ଭାସ୍କର୍ଯ୍ୟ ଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି ।

ଓଡ଼ିଶା ସରକାରଙ୍କ ପକ୍ଷରୁ ଚିତ୍ରକଳା ଓ ସ୍ଥାପତ୍ୟ କ୍ଷେତ୍ରରେ ପ୍ରଦାନ କରାଯାଉଥିବା ଏହା ସର୍ବୋଚ୍ଚ ସମ୍ମାନ । ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ଚିତ୍ରଶିଳ୍ପୀ ଓ ଭାସ୍କର୍ଯ୍ୟ ଶିଳ୍ପୀଙ୍କ ସମଗ୍ର ଜୀବନର ନିରବଚ୍ଛିନ୍ନ ସାଧନା ନିମନ୍ତେ ଏହି ପୁରସ୍କାର ଓ ସମ୍ୱର୍ଦ୍ଧନା ୧୯୮୭ ମସିହାରୁ ପ୍ରଦାନ କରାଯାଇ ଆସୁଅଛି । ତେବେ ଧର୍ମପଦ ପୁରସ୍କାର ପାଇଁ ୫ ଲକ୍ଷ ଟଙ୍କା ଓ ଶିଳ୍ପୀ ସମ୍ୱର୍ଦ୍ଧନା ପାଇଁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ ।

Comments are closed, but trackbacks and pingbacks are open.