ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲ୍ଲାକୁ ଓ୍ବାର୍ଣ୍ଣିଂ

43

ଭୁବନେଶ୍ୱର: ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା। ଆସନ୍ତା ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ବରଗଡ଼, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ପୁରୀ। ପାଣିପାଗ ବିଭାଗର ସୂଚନାନୁସାରେ, ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ପତ୍ତନରୁ ୦.୯ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସହିତ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରିଭାଗରେ ସମୁଦ୍ର ପତ୍ତନରୁ ୧.୫ ରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ଅନ୍ୟ ଏକ ଉପରିସ୍ଥ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ରହିଛି। ଏହି ଦ୍ୱେତ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟସାରା ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇଛି।

Comments are closed, but trackbacks and pingbacks are open.