ଲୋକସେବା ଭବନ କନଭେନସନ ହଲରେ ଓଡ଼ିଆ ସିନେମା ‘ଦମନ’ ପ୍ରଦର୍ଶିତ

25

ଭୁବନେଶ୍ୱର : ମାଲକାନଗିରି ଜିଲ୍ଲାର ସ୍ୱାସ୍ଥ୍ୟ ସେବା ମ୍ୟାଲେରିଆ ନରିାକରଣ ଉପରେ ପର୍ଯ୍ୟବସିତ ବାସ୍ତବଧର୍ମୀ “ଦମନ” ଚଳଚିତ୍ରକୁ ଟିକସମୁକ୍ତ କରିଛନ୍ତି ରାଜ୍ୟସରକାର I ଆଜି ଲୋକସେବା ଭବନ କନଭେନସନ ହଲରେ (ସଚିବାଳୟ)ରେ ଏହି ଚଳଚ୍ଚିତ୍ର ପ୍ରଦର୍ଶିତହୋଇ ଯାଇଛି । ଆଜିର ଏହି ସ୍ୱତନ୍ତ୍ର ପ୍ରଦର୍ଶନ କୁ ଯୁଗ୍ମ ସଚିବ ପାହ୍ୟାରୁ ଊର୍ଦ୍ଧ୍ବ ଅଧିକାରୀ ଏହି ଚଳଚ୍ଚିତ୍ରକୁ ଦେଖିବାର ସୁଯୋଗ ପାଇଛନ୍ତି ।

ବିଭିନ୍ନ ଅଞ୍ଚଳରେ କଷ୍ଟକର ସ୍ଥିତିରେ କାର୍ଯ୍ୟ କରୁଥିବା ଡାକ୍ତର ଓ ଅନ୍ୟ ଅଧିକାରୀମାନଙ୍କୁ ଏହା ଉତ୍ସାହିତ କରିବ। ଚଳଚିତ୍ରର, କାହାଣୀ,ଚରିତ୍ର ଓ ଅଭିନୟ ଦୃଷ୍ଟିରୁ ଏହାର ଲୋକପ୍ରିୟତା ବଢିବାରେ ଲାଗିଛି ଓ ଏହା ହିନ୍ଦୀ ଭାଷାରେ ଡବିଂହେବାକୁ ଯାଉଛି। ଫଳରେ ଏହା ଭାରତର ବିଭିନ୍ନ ପ୍ରଦେଶରେ ଲୋକପ୍ରିୟତା ହାସଲ କରିବ। ବିଭିନ୍ନ ଦୁର୍ଗମ ଅଂଚଳରେ କାର୍ୟ୍ୟ କରୁଥିବା ଅଧିକାରୀ ଓ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚିତ୍ର ଉନ୍ନୟନ ନିଗମ ସହଯୋଗରେ ଆଜି ଦମନ ଚଳଚିତ୍ର ପ୍ରଦର୍ଶନ ବ୍ୟବସ୍ଥା କରାଯାଇଥିଲା। କାର୍ୟ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅରିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଯୋଗଦେଇଆଗାମୀ ଦିନରେ ଏହିଭଳି ବାସ୍ତବଧର୍ମୀ ଚଳଚିତ୍ରର ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ ।ଓଡିଶା ଚଳଚିତ୍ର ନିଗମର ସହଯୋଗ ତଥା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ଚଳଚିତ୍ରର ଲୋକପ୍ରିୟତା ଦୃଷ୍ଟିରୁ ଏହାକୁ ପୁନଶ୍ଚ କନଭେନସନ ସେଣ୍ଟରଠାରେ ପ୍ରଦର୍ଶନ କରାଯିବ ବୋଲି ମଧ୍ୟ ସେ କହିଥିଲେ।

ଓଡିଶା ଚଳଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ କହିଥିଲେ ଯେ, ୮୬ ବର୍ଷର ଓଡିଆ ସିନେମା ଇତିହାସରେ ଏଭଳି ସିନେମା ଏକ ଅଭିନବ ପଦକ୍ଷେପ। ଆଗାମୀ ଦିନରେ ଆଗାମୀ ଦିନରେ ଏହା ସବୁ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାମାନଙ୍କୁ ଉତ୍ସାହିତ କରିବ। କାର୍ୟ୍ୟକ୍ରମରେ ଚଳଚିତ୍ରର ମୁଖ୍ୟ ଅଭିନେତା ଶ୍ରୀ ବାବୁସାନ ମହାନ୍ତି, ଯୁଗ୍ମ ରଚୟିତା ଓକର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହଆଗାମୀ ଦିନରେ ଏହାକୁ ସବୁ ଜିଲ୍ଲାରେ ପ୍ରଦର୍ଶିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି। ଆଜି ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟପ୍ରଦର୍ଶିତ ‘ଦମନ’ ଚଳଚିତ୍ର ଦେଖିବା ଅବସରରେ ମୁଖ୍ୟ ଶାସନ ସଚିବ ଏହା କହିଛନ୍ତି। ନିର୍ଦ୍ଦେଶକ ବିଶ୍ୱାଳ ମୌର୍ୟ୍ୟା ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ସହିତ ପ୍ରଯୋଜକ ଶ୍ରୀ ଦୀପେନ୍ଦ୍ର ସାମଲଙ୍କୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମ୍ବର୍ଦ୍ଧିତ କରିଥିଲେ । ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଚଳଚିତ୍ର ଦେଖିଥିଲେ। ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ କାର୍ୟ୍ୟକ୍ରମର ସଂଯୋଜନା କରିଥିଲେ।

Comments are closed, but trackbacks and pingbacks are open.