ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏକ ‘ସ୍ପଷ୍ଟଚିହ୍ନିତ ଲଘୁଚାପ’ରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ‘ଅବପାତ’ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ‘ଗଭୀର ଅବପାତ’ ର ରୂପ ନେବ। ସେପ୍ଟେମ୍ବର ୨୩ ସକାଳ ସୁଦ୍ଧା ଏହି ସମୁଦ୍ରିକ ପ୍ରଣାଳୀଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି। ତେବେ ଏହା କେଉଁ ସ୍ଥାନରେ ସ୍ଥଳଭାଗ ଅତିକ୍ରମ କରିବ, ସେ ନେଇ IMD ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ଆଜି ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝଟକା ପବନ ହୋଇପାରେ। ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ୨୦୪.୪ ମିଲିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। ସମୁଦ୍ର ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ରହିବ। ୨୩ ଓ ୨୪ ତାରିଖ ବେଳକୁ ପବନର ବେଗ ଝଟକା ସମୟରେ ୭୦ରୁ ୭୫ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।
Comments are closed, but trackbacks and pingbacks are open.