ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

33

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାକୁ ଥିବାରୁ ପାଣିପାଗ ବିଭାଗର ସତର୍କତା ସୂଚନା ପ୍ରତି ସଜାଗ ରହିବାକୁ ପ୍ରଶାସନ ପକ୍ଷରୁ ସାଧାରଣ ଜନତାଙ୍କୁ ଅନୁରୋଧ କରାଯାଇଛି।

Comments are closed, but trackbacks and pingbacks are open.