ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସମ୍ଭାବନା : ବଢ଼ିବ ବର୍ଷା

265

ଭୁବନେଶ୍ୱର:ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି।  ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ ରାଜ୍ୟ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢ଼ିପାରେ। ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହେବ। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟ ଭିତରକୁ ପ୍ରବାହିତ ହେବ। ଏହାପରେ ୧୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

Comments are closed, but trackbacks and pingbacks are open.