୧୩ ରେ ଲଘୁଚାପ!: ୧୪ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ

223

ଭୁବନେଶ୍ଵର: ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟସବୁ ଜିଲ୍ଲାରେ ମଧ୍ୟ ବର୍ଷା ପ୍ରକୋପ ଲାଗି ରହିବ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଆସନ୍ତା ୧୩ ଏବଂ ୧୪ ତାରିଖରେ ଗଭୀର ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଇ ଦିଆଯାଇଛି।

Comments are closed, but trackbacks and pingbacks are open.