ତଳ ମୁହାଁ ସଂକ୍ରମଣ, ଦିନକରେ ୩୧ କୋଭିଡ୍ ପଜିଟିଭ୍

36

ଭୁବନେଶ୍ବର: ଧୀରେ ଧୀରେ ସଂକ୍ରମଣ ହାର ତଳ ମୁହାଁ ହେବାରେ ଲାଗିଛି। ତଳକୁ ଖସୁଛି କରୋନା ଗ୍ରାଫ୍‌। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ ଜଣ, ଦେଓଗଡ଼ ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୬୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୮୦ଟି ସକ୍ରିୟ ମାମଲା ରହିଥିବା ବେଳେ ୧୩୨୬୫୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୩୦୫୧୧  ନମୁନା ପରୀକ୍ଷା ହୋଇଛି।  ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.