ଉଦ୍‌ଘାଟିତ ହେଲା ‘ମେକ୍ ଇନ୍ ଇଣ୍ଡିଆ’ ଡପ୍‌ଲର ରାଡାର୍: ପାଣିପାଗ ଉପରେ ରହିବ ନଜର

29

ଭୁବନେଶ୍ବର: ସମ୍ବଲପୁର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଭେଟି ଦେଇଛନ୍ତି। ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟଠାରେ ଆୟୋଜିତ ଏକ ସମାରୋହରେ ପଶ୍ଚିମ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ଅଧିକ ସୁଦୃଢ଼ କରିବା ପାଇଁ ଅତ୍ୟାଧୁନିକ ‘ମେକ୍ ଇନ୍ ଇଣ୍ଡିଆ’ ଡପ୍‌ଲର ପାଣିପାଗ ରାଡାର୍ (DWR)ର ଶୁଭାରମ୍ଭ କରାଯାଇଛି। ଏହା ସହିତ ମୁଖ୍ୟମନ୍ତ୍ରୀ ପ୍ରାୟ ୯୬୦ କୋଟି ଟଙ୍କାର ୫୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବଲପୁର ହେଉଛି ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ପ୍ରତୀକ। ‘ସମୃଦ୍ଧ ଓଡ଼ିଶା ୨୦୩୬’ ଗଠନ ସଂକଳ୍ପରେ ସମ୍ବଲପୁରକୁ ରାଜ୍ୟ ସରକାରଙ୍କ ବିକାଶ ଯାତ୍ରାର ମୁଖ୍ୟ କେନ୍ଦ୍ର ଭାବେ ବିବେଚନା କରାଯାଉଛି। ନିଜ ଅଭିଭାଷଣ ଆରମ୍ଭରେ ସେ ମା’ ସମଲେଶ୍ଵରୀଙ୍କ ସମେତ ବୀର ସୁରେନ୍ଦ୍ର ସାଏ, ଶହିଦ ମାଧୋ ସିଂ, ଛବିଲ ସାଏ, ସନ୍ଥକବି ଭୀମଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Comments are closed, but trackbacks and pingbacks are open.