ମମିତା ମେହେର ହତ୍ୟା ମାମଲା : ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

22

ଭୁବନେଶ୍ୱର: ବର୍ତ୍ତମାନ ସମୟର ଏକ ବଡ଼ ଖବର ସାମନାକୁ ଆସିଛି । ମମିତା ମେହେର ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିବା ଜଣାଯାଇଛି ।  କଣ୍ଟାବାଞ୍ଜି ଜେଲ ଭିତରେ ଥିବାବେଳେ ସେ ଏକ ଛୋଟ ଗଛରେ ଗାମୁଛାରେ ଝୁଲି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ଜଣାପଡ଼ିବା ପରେ ତାଙ୍କୁ  ମେଡିକାଲକୁ ନିଆଯାଇଥିଲା । ତେବେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିବା ଜଣାଯାଇଛି ।  ତେବେ ଜେଲ ଭିତରେ ଜଣେ ବିଚାରାଧୀନ କଏଦୀ ଏଭଳି ପଦକ୍ଷେପ ଗ୍ରହଣ କରିବା ଜେଲର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।ଗୋବିନ୍ଦ ଗାମୁଛା ନେଇ କେମିତି ଗଛ ପାଖକୁ ଯାଇ ଆତ୍ମହତ୍ୟା କଲେ କେମିତି, ଆତ୍ମହତ୍ୟା କରିବା ବେଳେ କେହି କ’ଣ ଦେଖି ପାରିଲେନି ବୋଲି ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି ।  ସେ ଆତ୍ମହତ୍ୟା କଲେ କେମିତି, ଆତ୍ମହତ୍ୟା କରିବା ବେଳେ କେହି କ’ଣ ଦେଖି ପାରିଲେନି ବୋଲି ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି । ଆଜି ଗୋବିନ୍ଦଙ୍କୁ କୋର୍ଟରେ ହାଜର କରାଇବାର ଥିଲା ବୋଲି ସୂଚନା ମିଳିଛି । ତେବେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିବା ମମିତା ମେହେର ହତ୍ୟା ମାମଲା ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାରେ ଶେଷ ହୋଇଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି । କାରଣ ଗୋବିନ୍ଦ ହିଁ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିଲେ ।  ସୂଚନାଯୋଗ୍ୟ, ଗତ ଅକ୍ଟୋବର ୮ତାରିଖରେ ମହାଲିଙ୍ଗ ସ୍ଥିତ ସନ୍‌ସାଇନ ପବ୍ଲିକ ସ୍କୁଲ୍‌ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ହୋଇଯାଇଥିଲେ । ଅନେକ ବାଦବିବାଦ ପରେ ଅକ୍ଟୋବର ୧୩ତାରିଖରେ ସିନ୍ଧେକଲା ଥାନାରେ ଅଭିଯୋଗ ଦାଖଲ ହୋଇଥିଲା । ପରେ ପୁଲିସ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦକୁ ଘରୁ ଥାନାକୁ ଉଠାଇ ଆଣି ପଚରାଉଚୁରା କରିଥିଲା । ଗତ ଅକ୍ଟୋବର ୧୭ତାରିଖରେ ଅଟକ ଥିବା ଅବସ୍ଥାରେ ଗୋବିନ୍ଦ ଟିଟିଲାଗଡ଼ ପୁଲିସ ବାରାକରୁ ଚମ୍ପଟ ମାରିଥିଲା । ଏହାପରେ ପୁଲିସ ସ୍ୱତନ୍ତ୍ର ଟିମ ଗଠନ କରି ଗୋବିନ୍ଦକୁ ଖୋଜିବା ସହ ତା’ନାଁରେ ପୁରସ୍କାର ରାଶି ଘୋଷଣା କରିଥିଲା । ଅପରପକ୍ଷେ ଅକ୍ଟୋବର ୧୯ତାରିଖରେ ମହାଲିଙ୍ଗସ୍ଥିତ ନିର୍ମାଣାଧିନ ଷ୍ଟାଡ଼ିୟମ ଭିତରୁ ମମିତାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଏବଂ କେତେକ ଅଧପୋଡ଼ା ବ୍ୟବହୃତ ସାମଗ୍ରୀ ଜବତ କରାଯାଇଥିଲା । ଏଣେ ପୁଲିସ ଏକ ଆଖୁକିଆରୀରୁ ଗୋବିନ୍ଦକୁ ଗିରଫ କରି କୋର୍ଟଚାଲାଣ କରିଥିଲା ।

Comments are closed, but trackbacks and pingbacks are open.