କେନ୍ଦ୍ରରେ ଶାସକ ଏନଡିଏ ପକ୍ଷରୁ ଗତକାଲି ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ଙ୍କ ନାମ ଘୋଷଣା ପରେ ଆଜି ମିଳିତ ବିରୋଧୀଙ୍କ ପକ୍ଷରୁ ମାର୍ଗାରେଟ ଆଲଭା ଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ନାମ ଘୋଷଣା କରାଯାଇଛି। ମାର୍ଗାରେଟ୍ ଆଲଭା ହେଉଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ । ମାର୍ଗାରେଟ୍ ଆଲଭା ହେଉଛନ୍ତି ଗୋଆର ପୂର୍ବତନ ରାଜ୍ୟପାଳ। ସେ କର୍ଣ୍ଣାଟକ ନିବାସୀ। ମାର୍ଗାରେଟ୍ ଆଲଭା ଗୋଆ, ଗୁଜରାଟ, ରାଜସ୍ଥାନ ଏବଂ ଉତ୍ତରାଖଣ୍ଡ ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ। ରାଜ୍ୟପାଳ ଭାବରେ ନିଯୁକ୍ତ ହେବା ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର ଜଣେ ବରିଷ୍ଠ ନେତ୍ରୀ ଥିଲେ ଏବଂ ଅଲ ଇଣ୍ଡିଆ କଂଗ୍ରେସ କମିଟିର ଯୁଗ୍ମ ସଚିବ ଥିଲେ। ସୂଚନା ମୁତାବକ ବିରୋଧୀ ଦଳର ନେତାମାନେ ଆଜି ଦିଲ୍ଲୀରେ ଏକ ବୈଠକ କରିଥିଲେ। ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କ ବାସଭବନରେ ଆଜି ଏହି ବୈଠକରେ ମାର୍ଗାରେଟ ଆଲଭାଙ୍କୁ ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା |ଏ ସମ୍ପର୍କରେ ଆଜି ଏନସିପି ନେତା ଶରଦ ପାୱାର ଘୋଷଣା କରିଛନ୍ତି।
ସେହିପରି ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ଙ୍କ ନାମ ଘୋଷଣା ପାଇଁ ବିଜେପି ସଂସଦୀୟ ବୋର୍ଡ ବୈଠକରେ ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି। ସୂଚନା ଅନୁଯାୟୀ, ଉପରାଷ୍ଚ୍ରପତି ନିର୍ବାଚନ ପାଇଁ ଗତ ଜୁଲାଇ ୫ରେ ବିଜ୍ଞପ୍ତି ଜାରି ହୋଇଥିଲା । ଏଥିପାଇଁ ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଜୁଲାଇ ୧୯ ରଖାଯାଇଛି । ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।
Comments are closed, but trackbacks and pingbacks are open.