ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

20

ଭୁବନେଶ୍ବର: ଆସନ୍ତା ଜୁଲାଇ ୨ ତାରିଖରୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଭୟ ରେଗୁଲାର (ନିୟମିତ) ଏବଂ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଏହି ପରୀକ୍ଷା ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ। ପ୍ରତିଦିନ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ଶେଷ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡର ବିଜ୍ଞପ୍ତି ଅନୁସାରେ, ଏହି ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୨ରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ସାଧାରଣତଃ ପରୀକ୍ଷା ପାଇଁ ୨ ଘଣ୍ଟା ୩୦ ମିନିଟ୍ ସମୟ ଧାର୍ଯ୍ୟ କରାଯାଇଛି। କେବଳ ଗଣିତ ବିଷୟ ପାଇଁ ପରୀକ୍ଷାର୍ଥୀଙ୍କୁ ଅଧିକ ୧୫ ମିନିଟ୍ ସମୟ ଦିଆଯିବ। ଅର୍ଥାତ୍ ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀମାନେ ପୂର୍ବାହ୍ନ ୧୧ଟା ୪୫ ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ।

Comments are closed, but trackbacks and pingbacks are open.